ଶ୍ରୀମନ୍ଦିରରେ ଓଢଣ ଷଷ୍ଠୀ ନୀତି ପାଳିତ
1 min readପୁରୀ: ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢଣ ଷଷ୍ଠୀ ପର୍ବ। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଇଛି। ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିଛନ୍ତି ମହାପ୍ରଭୁ ।
ଆସନ୍ତା ମାଘ ଶୁକ୍ଳ ପଞ୍ଚମୀ ପର୍ଯ୍ୟନ୍ତ ଚାଲିବ ଘୋଡ଼ଲାଗି । ପ୍ରତିଦିନ ଭିନ୍ନ ଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ । ଗତକାଲି ତିନି ଠାକୁରଙ୍କ ସହ ମାଆ ବିମଳା, ଲକ୍ଷ୍ମୀ, ସରସ୍ୱତୀ ଓ ମଦନମୋହନଙ୍କ ପାଇଁ ପ୍ରସ୍ତୁତ ଘୋଡ଼ ଅଧିବାସ ହୋଇଥିଲା । ଆଜି ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି।
ଆଜି ମାର୍ଗଶିର ଶୁକ୍ଳ ପକ୍ଷ ଷଷ୍ଠୀ ତିଥିରେ, ଶ୍ରୀଜୀଉଙ୍କ ବିଧିବଦ୍ଧ ଭାବରେ ଶୀତ ବସ୍ତ୍ର ପରିଧାନ କରାଯାଇଥାଏ ଏବଂ ଏହା ବସନ୍ତ ଶୁକ୍ଳ ଚତୁର୍ଥୀ ତିଥି ଯାଏଁ ଚାଲିଥାଏ । ଏହାକୁ ଘୋଡ଼ ଲାଗି ବେଶ ମଧ୍ୟ କୁହାଯାଇଥାଏ । pic.twitter.com/ndligz9Oty
— Shree Jagannatha Temple, Puri (@JagannathaDhaam) December 9, 2021
ଓଢ଼ଣ ଷଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଯାତ୍ରା । ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।