spot_img

Latest Posts

ବର୍ଷା ପରେ ପୁଣି ଫେରିବ ଶୀତ, ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

ଭୁବନେଶ୍ୱର: ବର୍ଷା ପରେ ପୁଣି ଫେରିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ ପାରା କମିବ। ଫଳରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ଜାଡ଼ରେ ଥରିବ ଓଡ଼ିଶା । ଜାଡ଼ ସହ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହେବ ଜନଜୀବନ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ରାତି ୧୦ ରୁ ସକାଳ ୧୦ ପର୍ଯ୍ୟନ୍ତ କମିବ ଦୃଶ୍ୟମାନ କ୍ଷମତା ।

ବାୟୁମଣ୍ଡଳର ସ୍ଥିରତା ଏବଂ ପ୍ରଚୁର ପରିମାଣର ଜଳୀୟବାଷ୍ପ ଉପସ୍ଥିତି ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ପାଇଁ ୮ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ସେହିପରି ୨୬ ତାରିଖରେ ୧୦ ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଏବଂ କଟକ କୁ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

୨୭ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା କୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ। ସେହିପରି ୨୬ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଘନ କୁହୁଡି ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି।

ଘନ କୁହୁଡ଼ିରେ ଗାଡ଼ି ଚାଳନା ଉପରେ ସତର୍କ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି କୁହୁଡି ସମୟରେ ପୋଲିସ ଏବଂ ପରିବହନ ବିଭାଗ ଦୁର୍ଘଟଣା ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

ଏଥିସହିତ ପଢ଼ନ୍ତୁ: ୨ଦିନ ପରେ ଗଛରୁ ଉଦ୍ଧାର ହେଲା ଭାଲୁ

Latest Posts

Don't Miss