spot_img

Latest Posts

ଦ୍ରୌପଦୀ ମହିଳା ସଶକ୍ତିକରଣର ବଡ଼ ଉଦାହରଣ: ନବୀନ

ଭୁବନେଶ୍ବର: ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ରୌପଦୀ ମୁର୍ମୁ ମହିଳା ସଶକ୍ତିକରଣର ଏକ ବଡ଼ ଉଦାହରଣ ବୋଲି ନବୀନ କହିଛନ୍ତି ।

ଟ୍ବିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ବିନମ୍ର ଆରମ୍ଭରୁ ଦେଶର ପ୍ରଥମ ନାଗରିକ ହେବା ପର୍ଯ୍ୟନ୍ତ ତାଙ୍କର ଯାତ୍ରା ପ୍ରେରଣାଦାୟକ ଓ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ । ଆଗକୁ ପୂର୍ଣ୍ଣ କାର୍ଯ୍ୟକଳା ପାଇଁ ତାଙ୍କୁ ଶୁଭକାମନା ।

ଏହାସହ ଦ୍ରୌପଦୀ ମୁର୍ମୁଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ରୌପଦୀ ମୁର୍ମୁଙ୍କୁ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି ।

ବିରୋଧୀ ଦଳ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଯଶଓ୍ବନ୍ତ ସିହ୍ନା ଦ୍ରୌପଦୀ ମୁର୍ମୁଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ସେ ଲେଖିଛନ୍ତି, ‘ବିଜୟ ପାଇଁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା । ଭାରତବାସୀଙ୍କୁ ଆଶା ଅଛି ସେ ବିନା କୌଣସି ପକ୍ଷପାତତାରେ ସମ୍ବିଧାନର ସୁରକ୍ଷା ପାଇଁ କାମ କରିବେ ।’

ଅନ୍ୟମାନଙ୍କ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କଂଗ୍ରେସ ସେନା ରାହୁଲ ଗାନ୍ଧି, ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁସ୍କର ସିଂ ଧାମୀ, ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗମା, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଲୋକସଭା ସ୍ପିକର୍ ଓମ୍ ବିର୍ଲା ପ୍ରମୁଖ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Latest Posts

Don't Miss