spot_img

Latest Posts

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନ ଶକ୍ତି ମହିଳା; ଜାତୀୟ ପତାକା ତିଆରି ଦାୟିତ୍ୱ ଦେଇଥିବାରୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିଶନଶକ୍ତି ଗୋଷ୍ଠୀର ମହିଳା । ଜାତୀୟ ପତାକା ତିଆରି ପରି ଗୁରୁଦାୟିତ୍ୱ ଦେଇଥିବାରୁ ୪ ଜିଲ୍ଲାର ମିଶନ ଶକ୍ତି ମା’ ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମିଶନଶକ୍ତିକୁ ଜାତୀୟ ପତାକା ତିଆରି କରିବାର ଦାୟିତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ।

ମିଶନ ଶକ୍ତି ମା’ ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି କରିବା ସହ ଏହାର ବଣ୍ଟନ ଦାୟିତ୍ୱ ଦେଇଥିଲେ। ତେଣୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ ମିଶନଶକ୍ତି ମା’ ମାନଙ୍କ କାର୍ଯ୍ୟର ଉଚ୍ଚ ପ୍ରଶଂସା କରିଥିଲେ।

Latest Posts

Don't Miss