spot_img

Latest Posts

ହାଇଦ୍ରାବାଦରେ ନିବେଶକ ସମ୍ମିଳନୀ, ପୁଞ୍ଜିପତିଙ୍କୁ ନିମନ୍ତ୍ରଣ କରିବେ ନବୀନ

ଭୁବନେଶ୍ୱର: ସୋମବାର ହାଇଦ୍ରାବାଦରେ ନିବେଶ ସମ୍ମିଳନୀ। ଜନ୍ମଦିନରେ ବି ରାଜ୍ୟର ବିକାଶ ପାଇଁ ତତ୍ପର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କାଲି ଇନଭେଷ୍ଟର୍ସ ମିଟରେ ଯୋଗ ଦେବା ପାଇଁ ହାଇଦ୍ରାବାଦରେ ପହଞ୍ଚିଛନ୍ତି ନବୀନ। ପୁଞ୍ଜିପତିଙ୍କୁ ରାଜ୍ୟରେ ନିବେଶ ପାଇଁ ନିମନ୍ତ୍ରଣ କରିବା ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଓଡ଼ିଶା ଶିଳ୍ପାୟନ ପାଇଁ ସର୍ବୋକୃଷ୍ଟ। ବିଶାଳ ବେଳାଭୂମି, ଖଣିଜ ଶିଳ୍ପରେ ସମୃଦ୍ଧ ରାଜ୍ୟ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉତ୍ତମ ପରିବେଶ ରହିଛି। ଶିଳ୍ପପତିଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ନବୀନ।

ନଭେମ୍ବର ୩୦ରୁ ଡିସେମ୍ବର ୪ପର୍ଯ୍ୟନ୍ତ ଭୁବନେଶ୍ବରରେ ଅନୁଷ୍ଠିତ ହେବ ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ। ଏହାକୁ ସଫଳ କରିବାକୁ ଅଣ୍ଟା ଭିଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇନଭେଷ୍ଟର୍ସ ମିଟ ଜରିଆରେ ପୁଞ୍ଜିପତିଙ୍କ ସହ ଆଲୋଚନା କରି ଶିଳ୍ପପତିଙ୍କୁ ପୁଞ୍ଜିନିବେଶ ପାଇଁ ଆକୃଷ୍ଟ କରୁଛନ୍ତି ନବୀନ ଆଣ୍ଡ କୋ। ଆସନ୍ତା ୧୮ ତାରିଖରେ ୪ଦେଶର ରାଷ୍ଟ୍ରଦୂତ ଓଡ଼ିଶା ଆସିବେ। ମେକ ଇନ ଓଡ଼ିଶା କନକ୍ଲେଭ ସଂସ୍କରଣ ଥ୍ରୀ ପୂର୍ବରୁ ଆସିଆନାର ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସିବେ। ଏହି ଦଳରେ ମିଆଁମାର, ଇଣ୍ଡୋନେସିଆ, ଫିଲିଫାଇନ୍ସ, ଥାଇଲାଣ୍ଡ, ମାଲେସିଆ ଭିଏତନାମ ଆଦି ଦେଶର ପ୍ରତିନିଧିମାନେ ସାମିଲ ହେବେ ।

Latest Posts

Don't Miss