ଜାରି ରହିବ ଲଗାଣ ବର୍ଷା: ୨୫ ଯାଏଁ ନିସ୍ତାର ନାହିଁ

1 min read

ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଓ୍ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ କୋରାପୁଟ, ପୁରୀ, ଗଞ୍ଜାମ ଏବଂ ଗଜପତିରେ ପ୍ରବଳରୁ ଅତି ପ୍ରବଳ ହେବା ସମ୍ଭାବନା ରହିଛି । ଏଣୁ ସମ୍ପୃକ୍ତ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ୧୧ଟି ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଛି । ମାଲକାନଗିରି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦ୍ରାପଡା ଏବଂ ଭଦ୍ରକରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ମଧ୍ୟ ୫ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୯ଟି ଜିଲ୍ଲାକୁ ୟଲୋ ଆଲର୍ଟ ଜାରି କରାଯାଇଛି । ଓ୍ୱେଲ୍‌ମାର୍କ ଲୋ ପ୍ରେସର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା, ବିଜୁଳି ଘଡଘଡି ହେବା ସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି ବେଗରେ ପବନ ବହିବ । ସମୁ୍ଦ୍ର ଅଶାନ୍ତ ରହିବା କାରଣରୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି  । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୬ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି। ')}

Leave a Reply