spot_img

Latest Posts

ବାହନଗା ଟ୍ରେନ ଟ୍ରାଜେଡି: ଆଜି ସରୁଛି ଅଭିଯୁକ୍ତଙ୍କ ରିମାଣ୍ଡ

ବାଲେଶ୍ବର: ବାହନଗା ଟ୍ରେନ ଟ୍ରାଜେଡି । ଆଉ ୧୦ ଜଣ ରେଳବାଇ କର୍ମଚାରୀଙ୍କୁ ସିବିଆଇର ସମନ । ଖୁବଶୀଘ୍ର ସେମାନେ ସିବିଆଇରେ ହାଜର ହୋଇ ନିଜର ପକ୍ଷ ରଖିବେ। ଅନ୍ୟ କିଛି କର୍ମଚାରୀଙ୍କୁ ପଚରାଉଚରା କରି ସିବିଆଇ ଛାଡ଼ିଦେଇଥିବା ସୂଚନା ମିଳିଛି ।

ସେପଟେ ଗିରଫ ତିନି ଅଧିକାରୀ ସିନିୟର ସେକ୍ସନ ଇଂଜିନିୟର ଅରୁଣ ମହାନ୍ତି, ସେକ୍ସନ ଇଂଜିନିୟର ମହମ୍ମଦ ଅମ୍ମୀର ଖାନ ଓ ଟେକ୍ନିସିଆନ ପପୁ କୁମାରଙ୍କର ଆଜି ସରୁଛି ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡ । କେତେ ସତ କହିଲେ ଅଭିଯୁକ୍ତ । ଖୋଲିଲେ କି ଷଡ଼ଯନ୍ତ୍ରରର ଗୁମର । ଆଜି ଅଭିଯୁକ୍ତଙ୍କୁ ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯିବ । ଦ୍ବିତୀୟ ପର୍ଯ୍ୟାୟରେ ମିଳିଥିବା ୪ଦିନିଆ ରିମାଣ୍ଡରେ ଗିରଫ ୩ ରେଳ ଅଧିକାରୀଙ୍କୁ ମାରାଥନ୍ ଜେରା ଚାଲିଛି । ସିଗନାଲିଂ ତ୍ରୁଟି ପାଇଁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ କେଉଁ ପରିସ୍ଥିତିରେ ଏମିତି ହେଲା, ଦୁର୍ଘଟଣା ପରେ କାହିଁକି ପ୍ରମାଣ ନଷ୍ଟ ପାଇଁ ଉଦ୍ୟମ ଚାଲିଥିଲା, ଏହା ପଛରେ ଷଡ଼ଯନ୍ତ୍ର ରହିଛି କି ଆଦି ଅନେକ ଦିଗରୁ ଛାନବିନ କରାଯାଉଛି । ରେଲଓ୍ବେ ସେଫ୍ଟି କମିଶନଙ୍କ ତଦନ୍ତ ରିପୋର୍ଟ ସିବିଆଇ ତଦନ୍ତରେ ବେଶ ସହାୟକ ହେଉଥିବା ଜଣାପଡିଛି । ତେବେ ମାମଲାରେ ଗିରଫଦାରୀ ଆହୁରି ବଢ଼ିପାରେ ବୋଲି କୁହାଯାଉଛି ।

Latest Posts

Don't Miss