spot_img

Latest Posts

ଆଜିଠୁ ୧୯ ଯାଏଁ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ଆଜିଠୁ ୧୯ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପ୍ରବଳ ବର୍ଷା ପାଇଁ ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୮  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ସତର୍କତା ଜାରି ହୋଇଛି। ଏହି ସମୟରେ ୧୨୦ରୁ ୨୦୫ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେପଟେ  ଏବେ ବି ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ ନିମ୍ନଚାପରେଖା। ସ୍ବାଭାବିକ ଅବସ୍ଥାନରୁ ଉତ୍ତରରେ ହିମାଳୟ ପାଦଦେଶରେ ରହିଛି ମୌସୁମୀ। ଫଳରେ ରାଜ୍ୟରେ ତାତି ବଢିବା ସହ ଅସହ୍ୟ ଗୁଳୁଗୁଳି ଜାରି ରହିଛି।

Latest Posts

Don't Miss