ଆସନ୍ତା ଦୁଇ ଦିନ ଯାଏଁ ଭିଜିବ ଓଡ଼ିଶା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
1 min readଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ। ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବ। ଲଘୁଚାପ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। କାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ।
୨୪ ଘଣ୍ଟା ଯାଏଁ ୭ ଜିଲ୍ଲାକୁ ଅରେଞ୍ଜ, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କାଲି ୫ ଜିଲ୍ଲାରେ ନିର୍ଧୁମ୍ ଛେଚିବ। କାଲି ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ସମ୍ବଲପୁର ଏବଂ କେନ୍ଦୁଝରକୁ ସତର୍କତା ଜାରି । ୭ ସେଣ୍ଟିମିଟରରୁ ୨୦ ସେଣ୍ଟିମିଟର ବର୍ଷିବ। କମିବ ଦୃଶ୍ୟମାନ କ୍ଷମତା। ବର୍ଷା ସତ୍ବେ ବି ଉପକୂଳ ଓଡ଼ିଶାରେ ଜାରି ରହିବ ଅସହ୍ୟ ଗୁଳୁଗୁଳି ।
ବର୍ଷା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ସାଙ୍ଗକୁ ପ୍ରଚଣ୍ଡ ବିଜୁଳି ଘଡଘଡି ଏବଂ ଘଣ୍ଟାପ୍ରତି ୩୫ ରୁ ୪୫ କିମି ବେଗରେ ପବନ ବହିବ । ସମୁଦ୍ର ଆଶାନ୍ତ ରହିବ । ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀମାନେ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।