ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ
1 min readଭୁବନେଶ୍ୱର : ରାଜ୍ୟର ସବୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ହେବ WiFi ଯୁକ୍ତ । ଛାତ୍ର ଛାତ୍ରୀଙ୍କୁ ମିଳିବ ମାଗଣା WiFi । ଯାହାକି ଛାତ୍ରଛାତ୍ରୀଙ୍କୁ ପାଠପଢିବାରେ ସୁବିଧା ଯୋଗାଇବ । ପିଲାଙ୍କ ଶିକ୍ଷାଆହରଣରେ ସୁବିଧାକୁ ନଜରରେ ରଖି ଉଚ୍ଚଶିକ୍ଷା ବିଭାଗର ଏହି ନିଷ୍ପତ୍ତି ନେଇଛି । ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍ ଲାଇନରେ ରହିଛି । ମାଗଣା ଓ୍ବାଇଫାଇ ସୁବିଧା ଦ୍ବାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ । ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସିପାରିବ।
ଏହି ଖବର ପଢନ୍ତୁ : https://nandighoshatv.com/israeli-airstrike-on-gaza-refugee-camp-kills-50-people/
ଏଥିପାଇଁ କ୍ୟାମ୍ପସ ରେ ଓ୍ବାଇଫାଇ ନେଟଓ୍ବର୍କ ଇନଷ୍ଟଲ କରିବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ବବିଦ୍ୟାଳୟର କୁଳସଚିବଙ୍କୁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ ।