spot_img

Latest Posts

ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍

ନୟାଗଡ଼: ନୟାଗଡ଼ କଣ୍ଟେଇମୁଣ୍ଡି ବାଇଗଣକୁ ମିଳିଲା ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ୍ । ଚେନ୍ନାଇ ଠାରେ ଥିବା କେନ୍ଦ୍ରସରକାରଙ୍କ ଜିଓଗ୍ରାଫିକାଲ ଇଣ୍ଡିକେସନ୍ ରେଜେଷ୍ଟ୍ରି ପକ୍ଷରୁ ଆଜି ବଧିବଦ୍ଧ ଭାବେ ମାନ୍ୟତା ପ୍ରଦାନ କରାଯାଇଛି। କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ମାନ୍ୟତା  ପାଇଁ କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩ ବର୍ଷ ତଳେ ପ୍ରୟାସ ଆରମ୍ଭ ହୋଇଥିଲା । ଜିଲାପାଳଙ୍କ ସବୁଜ ସଙ୍କେତ ମିଳିବା ପରେ ବୈଠକ କରାଯାଇ ଏଥିରେ ସହମତି ପ୍ରକାଶ ପାଇଥିଲା । ଆବଶ୍ୟକୀୟ ଡକ୍ୟୁମେଣ୍ଟସ୍‌ ପ୍ରସ୍ତୁତ କରାଯାଇ ଓୟୁଏଟିକୁ ଦିଆଯାଇଥିଲା ।

ଓୟୁଏଟି ପକ୍ଷରୁ ଆବଶ୍ୟକ କାଗଜାତ ଜିଆଇ ଟ୍ୟାଗ କାର୍ଯ୍ୟାଳୟ ଚେନ୍ନାଇକୁ ପଠାଯାଇଥିଲା  । ଆଜି ଏହି କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ଟ୍ୟାଗ ରେଜିଷ୍ଟ୍ରେସନ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ। ନୟାଗଡ଼ ଜିଲ୍ଲା ପ୍ରଶାସନ ସହାୟତାରେ କଣ୍ଟିଲୋ ସ୍ଥିତ ନୀଳମାଧବ କୃଷି ସଂଗଠନ ଏହି କଣ୍ଟେଇମୁଣ୍ଡି ବାଇଗଣକୁ ଜିଆଇ ମାନ୍ୟତା ପାଇଁ ଆବେଦନ କରିଥିଲା l ପୋଷକ ତତ୍ତ୍ବରେ ପରିପୂର୍ଣ୍ଣ ଏହି ବାଇଗଣର ସ୍ବାଦ ମଧ୍ୟ ଭାରୀ ନିଆରା l  ଖଣ୍ଡପଡା ବ୍ଳକର କଣ୍ଟିଲୋ ମହାନଦୀ କୂଳେ କୂଳେ କଣ୍ଟେଇମୁଣ୍ଡି ବାଇଗଣ କାହିଁ କେଉଁ କାଳରୁ ଚାଷ ହୋଇ ଆସୁଛି। ଏହା ସ୍ବାଦିଷ୍ଟ ଥିବାରୁ ବିକ୍ରି ବଢ଼ି ଚାଲିଛି। ପରେ ବଡବାଣପୁର, ପଦ୍ମାବତୀ ଓ ଏହାର ଆଖପାଖ ଅଞ୍ଚଳ ସମେତ ନୟାଗଡ ଜିଲାର ବିଭିନ୍ନ ଗାଁରେ ଏହି ଚାଷ କରାଯାଉଛି  ।

Latest Posts

Don't Miss