ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ଏସଆରସିଙ୍କ ସତର୍କ ସୂଚନା

ଭୁବନେଶ୍ୱର : ହେବ କି ବାତ୍ୟା ! ଏନେଇ କଣ କହୁଛି ପାଣିପାଗ କେନ୍ଦ୍ର ? ୨୨ ତାରିଖରେ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ୨୪ ତାରିଖରେ ନେଇପାରେ ଅବପାତର ରୂପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୨୩ ରୁ ବଙ୍ଗୋପସାଗରର କେନ୍ଦ୍ରୀୟ ଉପସାଗରରେ ଏବଂ ୨୪ ରୁ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ୨୩ ପୂର୍ବରୁ ଉପକୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ପ୍ରଭାବରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ତେଣୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।