ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ସାଂସଦ

ଭୁବନେଶ୍ବର: ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଶୁଭକାମନା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ସାଂସଦ  । ସାରା ଦେଶରୁ ରଥଯାତ୍ରା ଉପଲକ୍ଷେ ଛୁଟୁଛି ଶୁଭେଚ୍ଛାର ସୁଅ  । ଦେଶ ତଥା ବିଶ୍ବର ଅଗଣିତ ଜଗନ୍ନାଥପ୍ରେମୀ ରଥ ଉପରେ ତିନି ଠାକୁରଙ୍କ ଦର୍ଶନ ପାଇଁ ଚାହିଁ ରହିୁଛନ୍ତି  । ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।

ସେହିପରି ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି  । ଦେଶବାସୀଙ୍କ ଉପରେ ମହାପ୍ରଭୁ ଅପାର କରୁଣା ବର୍ଷାନ୍ତୁ ବୋଲି ସେ କାମନା କରିଛନ୍ତି  ।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି  । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖଶାନ୍ତିରେ ପରିପୂର୍ଣ୍ଣ ହେଉ ବୋଲି ନବୀନ ଶୁଭେଚ୍ଛା ଜଣାଇଛନ୍ତି  । ମହାପ୍ରଭୁ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଅଗଣିତ ଜଗନ୍ନାଥ ପ୍ରେମୀଙ୍କୁ ଶୁଭକାମନା ଜଣାଇଛନ୍ତି ସାଂସଦ ମାନସ ମଙ୍ଗରାଜ ।