ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

1 min read

ନନ୍ଦିଘୋଷ ବ୍ୟୁରୋ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ସମ୍ବଲପୁର, ସୁନ୍ଦରଗଡ, ବରଗଡ଼ ଏବଂ ମାଲକାନଗିରି ଜିଲ୍ଲା ପାଇଁ ଏହି ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଅନ୍ଯପଟେ ପଶ୍ଚିମ ଓଡିଶା ତଥା ଏହାର ସଂଲଗ୍ନ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ଜାରି ରହିଥିବା ବେଳେ, ଓଡିଶା ଉପକୂଳ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ବାଦଲଖଣ୍ଡ ଦୃଶ୍ୟମାନ ହେଉଛି ଯାହା ପରବର୍ତ୍ତୀ ସମୟରେ ଉତ୍ତର ଓଡିଶାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା କରାଇପାରେ । ତେବେ ସୁନ୍ଦରଗଡ଼, ନୟାଗଡ଼, ବାଲେଶ୍ଵର, ନୂଆପଡା ଏବଂ କନ୍ଧମାଳ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ୩ ଦିନ ଯାଏଁ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବରଗଡ଼, ସମ୍ୱଲପୁର, ଦେବଗଡ଼, କେଉଁଝର, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗୀର , ନୂଆପଡ଼ା ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେପଟେ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ମୌସୁମୀ ଟ୍ରପ ଏବେ ସ୍ଵାଭାବିକ ସ୍ଥିତିରେ ରହିଛି । ଆସନ୍ତା ୪-୫ ଦିନ ମଧ୍ୟରେ ଏହା କ୍ରମଶଃ ଉତ୍ତର ଆଡ଼କୁ ଅଗ୍ରସର ହେବ ବୋଲି କୁହାଯାଇଛି ।