ପୁଣି ସାରା ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

1 min read

ଭୁବନେଶ୍ବର: ଆଜିଠୁ ସାରା ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ କାଚିବ । ୨୪ ଘଣ୍ଟାରେ ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, କଟକ, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ସତର୍କ କରାଯାଇଛି । ସେହିଭଳି ଆସନ୍ତାକାଲି ମଧ୍ଯ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ସତର୍କତା ଜାରି କରାଯାଇଛି । ଏହି ୪ଟି ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ସାରା ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ନିମ୍ନ ଚାପରେଖା । ଏହାସହ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି  l ଖାସ କରି ଆସନ୍ତା ୪ ଦିନ ଉତ୍ତର, ଉପକୂଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ ।