କାଲିଠୁ ବଢିବ ବର୍ଷା, ୨୪ ଘଣ୍ଟାରେ ଦୁଇ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କାଲିଠୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ଆଉଥରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୨୧.୮ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୭ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । କେବଳ ମାଲକାନଗିରିରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।