ନନ୍ଦାହାଣ୍ଡି ବ୍ଲକରେ ଡାଇରିଆରେ ୩ ଜଣଙ୍କ ମୃତ୍ୟୁ ଅଭିଯୋଗ

ନବରଙ୍ଗପୁର: ନନ୍ଦାହାଣ୍ଡି ବ୍ଲକରେ ଡାଇରିଆରେ ୩ ଜଣଙ୍କ ମୃତ୍ୟୁ ଅଭିଯୋଗ। ନନ୍ଦାହାଣ୍ଡି ବ୍ଲକ ଝାଡ଼ବନ୍ଦଗୁଡା ପଞ୍ଚାୟତର ଦଣ୍ଡସେନାଗୁଡା ଗ୍ରାମରେ ତିନି ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବର ପାଇ ସ୍ୱାସ୍ଥ୍ୟ ବିଭାଗ ଗାଁରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛି।

ତେବେ ଏଡିଏମଓଙ୍କ କହିବା ଅନୁସାରେ, ଜଣେ ଝାଡ଼ାବାନ୍ତିରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ବିଭିନ୍ନ ସ୍ଥାନରୁ ପାଣି ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ପାଣି ପରୀକ୍ଷା ରିପୋର୍ଟ ଆସିବା ପରେ ଅଧିକ ଚିକିତ୍ସା କରାଯିବ।