ଆଜି ଶ୍ରାବଣର ଶେଷ ସୋମବାର, ବାବା ଆଖଣ୍ଡଳମଣିଙ୍କ ପୀଠରେ କାଉଡିଆଙ୍କ ଭିଡ

ଭଦ୍ରକ: ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ଏହି ଦିନରେ ବାବା ଆଖଣ୍ଡଳମଣିଙ୍କୁ ଜଳାଲାଗି କରିବା ପାଇଁ ହଜାର ହଜାର କାଉଡିଆଙ୍କ ଭିଡ ଲାଗିଛି । ବହୁ ଦୂରଦୂରାନ୍ତରୁ ଆଖଣ୍ଡଳମଣି ପୀଠକୁ ଶ୍ରଦ୍ଧାଳୁ ଛୁଟି ଆସିଛନ୍ତି। ଭଦ୍ରକ ଆରଡି ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ରାତ୍ର ଚାରିଟାରେ ମନ୍ଦିରର ଦ୍ଵାର ଫିଟାଯାଇ ସମସ୍ତ ରୀତିନୀତି ସମାପନ କରାଯାଇଥିଲା । ଏହାପରେ ସର୍ବସାଧାରଣଙ୍କ ଦର୍ଶନ ସହିତ କାଉଡ଼ିଆମାନେ ଜଳଲାଗି କରିଥିଲେ ।

ଆଜି ଶେଷ ସୋମବାର ଓ ପୂର୍ଣ୍ଣିମା ପଡିଥିବାରୁ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ଯବସ୍ଥା କରାଯାଇଛି। ସେହିପରି ପୀଠରେ ଥିବା ୩ଟି ନଦୀଘାଟରେ ଯେପରି ସୁରକ୍ଷିତ ଭାବେ କାଉଡିଆମାନେ ନଦୀ ପାର ହୋଇ ଆସିବେ ସେଥିପାଇଁ ନଦୀଘାଟର ଉଭୟ ପାର୍ଶ୍ବରେ ଓଡ୍ରାଫଟିମ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି। ଡଙ୍ଗାରେ ଅଧିକ ସଂଖ୍ଯକ କାଉଡିଆ ପାରି ନକରିବାକୁ ୨ଜଣ ଅଧିକାରୀଙ୍କ ସହ ୬ପ୍ଲାଟୁନ ପୋଲି ଫୋର୍ସ ମୃତୟନ ହୋଇଛନ୍ତି।