spot_img

Latest Posts

ସକ୍ରିୟ ରହିଛି ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ; ୨୨ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ନେବ ଅବପାତର ରୂପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ । ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା।

ଆଜି ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁରକୁ ସତର୍କତା ଜାରି କରାଯାଇଛି। ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ। ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ। ସେଥିପାଇଁ ୮, ୯ ଏବଂ ୧୦ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା। ଅବପାତଟି ଉତ୍ତର ଓଡିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ମୁହାଁ ହେବ। ଉପର ମହାନଦୀ ଏବଂ ତଳ ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

Latest Posts

Don't Miss