ମେଜର ପୋଲିସ ବିବାଦ ଘଟଣାରେ ସାମ୍ନାକୁ ଆସିଲା ମେଜରଙ୍କ ବାନ୍ଧବୀ ଅଙ୍କିତାଙ୍କ ଭିଡିଓ

1 min read

ଭୁବନେଶ୍ବର: ମେଜର ପୋଲିସ ବିବାଦ ଘଟଣା । ସାମ୍ନାକୁ ଆସିଲା ମେଜରଙ୍କ ବାନ୍ଧବୀ ଅଙ୍କିତାଙ୍କ ଭିଡିଓ । ତାଙ୍କ ଦେହରେ ଅନେକ କ୍ଷତ ଚିହ୍ନ ଥିବା ସ୍ପଷ୍ଟ ହୋଇଛି । ହାତ ମଧ୍ୟ ଭାଙ୍ଗିଯାଇଥିବା ଜଣାପଡ଼ିଛି । ଜାମିନ ମଞ୍ଜୁର ହେବା ପରେ ଆଉ କିଛି ସମୟ ପରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ। ସେପଟେ ଘଟଣାରେ ଓଡିଶା ପୋଲିସକୁ ରିପୋର୍ଟ ମାଗିଛି NCW ।

ଓଡିଶା ଅବସରପ୍ରାପ୍ତ ସେନା ସଂଘର ଅଭିଯୋଗ ଅନୁସାରେ ଶନିବାର ବିଳମ୍ବିତ ରାତି ୧୨ଟା ୩୦ରେ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ମେଜର ଗୁରବନ୍ତ ସିଂ ଓ ତାଙ୍କ ବାନ୍ଧବୀ । ମେଜର ଗୁରୁବନ୍ତ ଓ ତାଙ୍କ ବାନ୍ଧବୀ ଅଙ୍କିତା ପଟିଆର ଏକ ରେସ୍ତେରାଁରୁ ଆସୁଥିବା ବେଳେ ରାସ୍ତାରେ ଏକ କାରକୁ ଓଭରଟେକ କରିବାପରେ ପଛରୁ ଆସୁଥିବା ଗାଡ଼ିରୁ କିଛି ଯୁବକ ସେମାନଙ୍କୁ ଅଟକାଇ ଧକ୍କା ମାରିବା ସହ ଧମକ ଦେଇଥିଲେ ।

ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ଜଣେ ମହିଳା ଅଫିସର ବିନା ୟୁନିଫର୍ମରେ ତାଙ୍କ ନିକଟକୁ ଆସିଥିଲେ । ଅଭିଯୋଗ ରଖିବାକୁ ତାଙ୍କୁ କହିବାପରେ ସେ ଶୁଣିନଥିଲେ । ଏନେଇ ଉଭୟଙ୍କ ମଧ୍ଯରେ ଯୁକ୍ତିତର୍କ ହେବା ପରେ ଗୁରୁବନ୍ତଙ୍କୁ ପ୍ଯାଣ୍ଟ ସାର୍ଟ ଖୋଲି ଥାନାରେ ବସାଇ ଦେଇଥିଲେ ।