ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ!

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେଇପାରେ । ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ଦକ୍ଷିଣ,  ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲା ଲଘୁଚାପ ଦ୍ବାରା ପ୍ରଭାବିତ ହେବ । ଆଜି ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି , କୋରାପୁଟ, ମାଲକାନଗିରି, ରାୟଗଡା,  ମୟୂରଭଞ୍ଜ, ଢେଙ୍କାନାଳ ଓ କେନ୍ଦୁଝରକୁ ସତର୍କତା ଜାରି ହୋଇଛି । ଏହିସବୁ ଜିଲ୍ଲାରେ । ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ ।