ଘଣ୍ଟାପ୍ରତି ୬ କି.ମି ବେଗରେ ଆଗକୁ ବଢୁଛି ଗଭୀର ଅବପାତ

1 min read

ନନ୍ଦିଘୋଷ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟିହେଲା ଅବପାତ। ସୃଷ୍ଟି ହୋଇଥିବା ଓ୍ବେଲମାର୍କ ଲୋପ୍ରେସର ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହି ଅବପାତ ପଶ୍ଚିମ- ଉତ୍ତର ପଶ୍ଚିମକୁ ଘଣ୍ଟାପ୍ରତି ୬ କିଲୋମିଟର ବେଗରେ ଆଗକୁ ବଢୁଛି। ଏହା ପୂର୍ବ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ରହିଛି। ପାରାଦୀପରୁ ଦକ୍ଷିଣ ପୂର୍ବକୁ ୭୦୦ କିଲୋମିଟର ଦୂରରେ ରହିଛି। ସାଗର ଦ୍ବୀପପୁଞ୍ଜରୁ ୭୫୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବକୁ ରହିଛି। ୨୩ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ରହିବ ବାତ୍ଯା। ୨୪ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେହ। ପୁରୀ ଓ ସାଗର ଦ୍ବୀପ ମଧ୍ଯରେ ଗତି କରିବା ସମ୍ଭାବନା ରହିଛି। ପବନର ଗତି ରହିବ ୧୦୦ରୁ ୧୨୦ କିଲୋମିଟର।

ଆଜିଠାରୁ ୨୫ ଯାଏ ସମୁଦ୍ରକୁ ଯିବାକୁ ମନା କରିଛି ପାଣିପାଗ ବିଭାଗ। ସବୁ ବନ୍ଦର ଲାଗି ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ୨୩ ତାରିଖରୁ ପାଗ ବଦଳିବ। ୨୩ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବାଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୨୪ରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେଗୁଡ଼ିକ ହେଲା କଟକ, ଯାଜପୁର, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ଜିଲ୍ଲା ଗୁଡ଼ିକରେ ୩ଶହ ମିଲିମିଟର ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହିପରି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା କେନ୍ଦ୍ରାପଡ଼ା. ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ । ଏହି ଜିଲ୍ଲା ଗୁଡ଼ିକରେ ୨ଶହ ମିଲିମିଟର ବର୍ଷା ହେବ ।

୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୫ ତାରିଖରେ ପ୍ରବଳ ବର୍ଷା ହେବା ନେଇ ୪ ଜିଲ୍ଲାକୁ ରେଡ୍ ଆଲର୍ଡ ଜାରି କରାଯାଇଛି । ସେଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ । ଏହି ବାତ୍ୟାରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଅଧିକ ପ୍ରଭାବିତ ହେବା ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ୨୬ ତାରିଖ ଯାଏଁ ବର୍ଷା ହେବାକୁ ଥିବା ବେଳେ ସମୁଦ୍ର ଭୀଷଣରୁ ଅତି ଭୀଷଣର ରୂପ ନେବ ।