‘ସୁଭଦ୍ରା’ରେ କାଲି ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ

ଭୁବନେଶ୍ବର: ଆସନ୍ତାକାଲି ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ  । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ଫିଜିକାଲ ଭେରୀଫିକେସନ ହେବ । ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ ।

୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଈଁ ବାଦ୍‌ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

୫ ଲକ୍ଷ ମିସ ମ୍ୟାଚ ହେଉଥିବା ଆବେଦନକାରୀଙ୍କ ସମସ୍ୟା ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେନାହିଁ । ସେମାନଙ୍କ ଆକାଉଣ୍ଟ ଆଧାର ଲିଂକରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ କିସ୍ତି ପାଇପାରିବେ । ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ । ବାଦ୍‌ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ।