ଭିଜିଲାନ୍ସ ଜାଲରେ ବଣାଇ ITDA PA ବିଶ୍ଵଦର୍ଶୀ ସାହୁ
1 min readନନ୍ଦିଘୋଷ ବ୍ୟୁରୋ: ଭିଜିଲାନ୍ସ ଜାଲରେ ବଣାଇ ITDA PA ବିଶ୍ଵଦର୍ଶୀ ସାହୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ITDA ପ୍ରକଳ୍ପ ଅଧିକାରୀଙ୍କ ସରକାରୀ ଘର ଏବଂ ବାସଭବନରେ ରେଡ୍ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚଢାଉ। ଭୁବନେଶ୍ଵରର ୩ ସ୍ଥାନ ସମେତ ବାଲେଶ୍ଵର, ଯାଜପୁର ଓ ବଣାଇର ଦୁଇଟି ସ୍ଥାନରେ ରେଡ କରୁଛି ଭିିଜିଲାନ୍ସ। ଭିଜିଲାନ୍ସର ଜଣେ ଅତିରିକ୍ତ ଏସପିଙ୍କ ନେତୃତ୍ଵରେ ୩ ଡିଏସପି ଏବଂ ୧୦ ଇନ୍ସପେକ୍ଟରଙ୍କ ନେତୃତ୍ଵରେ ଚାଲିଛି ଏହି ଚଢାଉ। ରେଡରୁ ବିପୁଳ ପରିମାଣର ସମ୍ପତ୍ତି ଠାବ ହୋଇଛି। ପୁରୁଣା ଭୁବନେଶ୍ଵର ଶ୍ରୀରାମ ନଗର ଅଂଚଳରୁ ଏକ ଦୁଇ ମହଲା କୋଠା, ଭୁବନେଶ୍ଵର ଲକ୍ଷ୍ମୀସାଗର ଅଂଚଳରେ ଗୋଟିଏ ଫ୍ଲାଟ, ଖାରବେଳନଗର ୟୁନିଟ ୩ ଅଂଚଳରେ ଗୋଟିଏ ଫ୍ଲାଟ, ବାଲେଶ୍ଵର ଏସଏନ ସେନ ରୋଡ ଅଂଚଳରେ ଗୋଟିଏ ଫ୍ଲାଟ, ଯାଜପୁୁର ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ। ସେହିପରି ସୁନ୍ଦରଗଡ଼ ବଣାଇରେ ଥିବା ସରକାରୀ ବାସଭବନ ଏବଂ ଆଇଟିଡିଏ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ ।