ଆଜି ପବିତ୍ର ବସନ୍ତ ପଞ୍ଚମୀ
ନନ୍ଦିଘୋଷ ବ୍ୟୁରୋ: ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ । ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ । ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ । ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ । ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ । ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି । ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନେ ମା’ଙ୍କୁ ପୂଜାର୍ଚ୍ଚନା କରୁଛନ୍ତି । ଶ୍ରୀମନ୍ଦିରରେ ସରସ୍ୱତୀ ପୂଜା ଅନୁଷ୍ଠିତ ହେବ । ଏହାସହ ଆଜି ୩ ରଥର ତିନୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ ।