ଫେବୃଆରୀ ୮ ତାରିଖରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
1 min readଭୁବନେଶ୍ବର: ଫେବୃଆରୀରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଫେବୃଆରୀ ୮ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ଆହୁରି ଅଢେଇ ଲକ୍ଷ ଏନପିସିଆଇ ଏବଂ ଇ-କେଓ୍ବାଇସି କରିବାକୁ ବାକି ଅଛନ୍ତି । ୮ ତାରିଖ ପୂର୍ବରୁ ବ୍ୟାଙ୍କକୁ ଯାଇ ବାୟୋମେଟ୍ରିକ ସହ NPCI କରିବାକୁ ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ଏନପିସିଆଇ ଚେକ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଚଳିତବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ସୁଭଦ୍ରା ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ । ସବୁଠୁ ଅଧିକ NPCI ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ବାକି ଅଛି । ତେଣୁ ଷ୍ଟେଟ ବ୍ୟାଙ୍କରେ ଆକାଉଣ୍ଟ ଥିବା ଆବେଦନକାରୀମାନେ ଷ୍ଟେଟ ବ୍ୟାଙ୍କ ଶାଖାକୁ ଯାଇ ଏନପିସିଆଇ କରାଇ ନିଅନ୍ତୁ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।