ତାତିରୁ ମିଳିବ ଆଶ୍ୱସ୍ତି, କାଲିଠାରୁ ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସମ୍ଭବନା

ନନ୍ଦିଘୋଷ ବ୍ୟୁରୋ: ତାତିରୁ ମିଳିବ ଆଶ୍ୱସ୍ତି । କୁଆପଥର ବର୍ଷା ସହ ପାଗରେ ହେବ ପରିବର୍ତ୍ତନ । କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ହେବ ବର୍ଷା । ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ବୌଦ୍ଧ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିଲା । ଆଗାମୀ ୨୪ ଘଣ୍ଟାରେ କିଛି ଜାଗାରେ ହିଟ ୱିଭ ବି ରହିଛି । ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ହିଟ ୱେଭ ସତର୍କତା ଜାରି କରାଯାଇଛି । ୧୯ ତାରିଖରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସହ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଆଜି ଏବଂ କାଲି ପାଇଁ କାଳବୈଶାଖ ପାଇଁ ସତର୍କତା ନାହିଁ । ୨୦ ଓ ୨୧ ତାରିଖରେ ହାଲୁକା ବର୍ଷା ଘଡଘଡି ବିଜୁଳି ଝଡ଼ ପବନ ହେବାର ସମ୍ଭାବନା ରହିଛି । ଏହି ସମୟରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେଥିପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ, ଦେବଗଡ଼, ବୌଦ୍ଧ ,ଅନୁଗୁଳ ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ପବନ ବହିବ । ୨୧ ତାରିଖ ରେ ମଧ୍ୟ ବର୍ଷା ଲାଗି ରହିବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ ,ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖରେ ସଂପୂଣ୍ଣ ଓଡ଼ିଶାରେ ବର୍ଷା ସହ କୁଆପଥର ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥି ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଜିଲ୍ଲାକୁ ଅରେଞ୍ଜ ଓ ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ଵର, ଭଦ୍ରକ କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଗାମୀ ୨ ରୁ ୩ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ୩ ଦିନ ପରେ ବର୍ଷା ପ୍ରଭା ରେ ସ୍ଵାଭାବିକ ତାପମାତ୍ରା ରୁ ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରାରେ ହ୍ରାସ ପାଇବା ସମ୍ଭାବନା ରହିଛି ।