ଆସନ୍ତାକାଲିଠାରୁ ଆରମ୍ଭ ହେବ ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ବର: ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆସନ୍ତାକାଲି ଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ । ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପ୍ରଯୋଜିତ ବିଭିନ୍ନ ରାଜ୍ୟରୁ ୧୫୦ ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ । ଓଡ଼ିଶା ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ରହିବ । ପ୍ରତ୍ୟେକ ଦିନ ୩ ରୁ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହିବ ମେଳା । ଚଳିତବର୍ଷ ୩୦ ଲକ୍ଷ ଜନ ସମାଗମ ସହ ୨୮ କୋଟିର ବାଣିଜ୍ୟ ଆଶା ରଖିଛି ବିଭାଗ । ୨୫ଶହ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ ଶିଳ୍ପ ସୃଜନୀ । ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ବତନ୍ତ୍ର ହେଲ୍ସ ଡେସ୍କ, ହ୍ବିଲ ଚେୟାର ରହିବ । ପ୍ରତ୍ୟେକ ଦିନ ସନ୍ଧ୍ୟାରେ ମନମୋହିବ ସାଂସ୍କୃତିକ କାର୍ଯ୍ୟକ୍ରମ । ଆୟୋଜିତ ହେବ ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଫ୍ୟାସନ ଶୋ । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ, ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରାଳୟର ବିକାଶ ଆୟୁକ୍ତ ଓ ବିକାଶ ଆୟୁକ୍ତ ତଥା ସିଡାକର ମିଳିତ ସହଭାଗିତାରେ ଆୟୋଜନ ହେବାକୁ ଯାଉଛି ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ।