ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ ।

କୁମ୍ଭୀର ମାନଙ୍କ ମିଳନ ପ୍ରକିୟା ପରେ ମା’ କୁମ୍ଭୀର ନଦୀ ଜୁଆର ମାଡୁ ନଥିବା ଉଚ୍ଚ ସ୍ଥାନ ଦେଖି ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧି ଅଣ୍ଡାଦାନ କରିଥାଏ । ଅଣ୍ଡାରୁ ଛୁଆ ଫୁଟିବା ପରେ ମା’ କୁମ୍ଭୀର ଛୁଆକୁ ନେଇ ନଦୀରେ ଛାଡିଥାଏ । ଏହି ସମୟରେ କୁମ୍ଭୀର ଆକ୍ରମଣର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀମାନଙ୍କୁ ନଦୀକୁ ଯିବାକୁ ବାରଣ କରିଛି ରାଜନଗର ବନବିଭାଗ ।