spot_img

Latest Posts

ପୁଅ ବଦଳରେ ମାଆକୁ ଭୁଲରେ ଦେଇଦେଲେ ଇଞ୍ଜେକସନ

ନୂଆପଡ଼ା : ପୁଅ ବଦଳରେ ମାଆକୁ ଭୁଲରେ ଦେଇଦେଲେ ଇଞ୍ଜେକସନ। ନୂଆପଡ଼ା ଖଡ଼ିଆଳରେ ସବ ଡିଭିଜନ ହସ୍ପିଟାଲର ଏ ଘଟଣା। ଖଡ଼ିଆଳ ବର ଗାଁର ରାଜୁ ତାଣ୍ଡି ଓ ଅଞ୍ଜୁ ତାଣ୍ଡି ଦୁଇ ବର୍ଷର ପୁଅ ଡୁଲେଶ୍ୱରକୁ ଜ୍ଵର ହେବାରୁ ଡାକ୍ତରଖାନାକୁ ଆଣିଥିଲେ।ଶିଶୁ ବିଶେଷଜ୍ଞ ଡାକ୍ତର ମହେନ୍ଦ୍ର କୁମାର ମାଝୀଙ୍କୁ ଦେଖାଇଥିଲେ। ଡାକ୍ତର ଚିଠା ଲେଖି ଇଞ୍ଜେକସନ ଦେବା ପାଇଁ ନର୍ସଙ୍କ ପାଖକୁ ପଠାଇଥିଲେ। କାର୍ଯ୍ୟରତ ନର୍ସ ରଶ୍ମିତା ପଣ୍ଡା ଛୁଆ ବଦଳରେ ମାଆ ଅଂଜୁଙ୍କ ପେଟରେ ଫୋଡ଼ି ଦେଇଥିଲେ ଇଂଜେକସନ୍। ଅଂଜୁଙ୍କ ପେଟରେ ମଧ୍ୟ ଛୁଞ୍ଚି ଫୋଡି ଦେବାର ଚିହ୍ନ ସ୍ପଷ୍ଟ ଭାବରେ ଦିଶୁଛି। ତାଙ୍କ ପେଟ ଦରଦ ହେଉଥିବା ମଧ୍ୟ ଅଞ୍ଜୁ କହିଛନ୍ତି।ଏନେଇ ସଂପୃକ୍ତ ନର୍ସଙ୍କୁ ପଚାରିବାରୁ ଘଟଣାକୁ ଅସ୍ବୀକାର କରିଥିଲେ ଓ କାଳେ ଫୋଡ଼ିବା ସମୟରେ ବାଜି ଯାଇଥିବ ବୋଲି କହିଥିଲେ। ଏନେଇ ମେଡିକାଲ ଇନଚାର୍ଜ ଡାକ୍ତର ମହେନ୍ଦ୍ର କୁମାର ମାଝୀଙ୍କୁ ପଚାରିବାରୁ ଏହାର ତଦନ୍ତ କରିବେ ବୋଲି କହିଛନ୍ତି। ମାଆର ଚିକିତ୍ସା କରାଯାଇଛି। ଏଥିରେ କୌଣସି ଅସୁବିଧା ହେବ ନାହିଁ ବୋଲି ଜଣାଇଥିଲେ।

Latest Posts

Don't Miss