spot_img

Latest Posts

ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷିବ…

ଭୁବନେଶ୍ବର : ମୌସୁମୀ ଟ୍ରପ ପ୍ରଭାବରେ ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା I ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର I ଫଳରେ ରାଜ୍ୟରେ ବଢିବ ବର୍ଷା I ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା କହିଛି ଆଂଚଳିକ ପାଣିପାଗ କେନ୍ଦ୍ର I ୫   ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ବିଭାଗ I ବର୍ଷା ସହିତ ବଜ୍ରପାତ ବି ହେବାର ସମ୍ଭାବନା ରହିଛି।  ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ୧, ୨ ଓ ୩ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଆଜି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋ ମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ମାରିପାରେ। ୩ ତାରିଖ ଲାଗି ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Latest Posts

Don't Miss