ଆସନ୍ତା ୫ ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର : ଲଘୁଚାପ ଓଡ଼ିଶାର ପିଛା ଛାଡୁନି। ଦିନକ ପରେ ବଙ୍ଗୋପ ସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଯଦି ଏହା ଅଧିକ ଘନୀଭୂତ ହୁଏ, ତେବେ ପରେ ଲଘୁଚାପର ରୂପ ନେଇପାରେ। ବର୍ତ୍ତମାନ ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଚେତାବନୀ ଦିଆଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଥିବା ବେଳେ ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ ।