spot_img

Latest Posts

ସମୁଦ୍ରରୁ ବଳ ଗୋଟାଇ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’

ନନ୍ଦିଘୋଷ ବ୍ୟୁରୋ : ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ବାତ୍ୟା ମୋନ୍ଥା। ଭୟଙ୍କର ଘୁର୍ଣ୍ଣିଝଡ଼ର ରୂପ ନେଇ ଉପକୂଳକୁ ମାଡ଼ି ଆସୁଛି ବାତ୍ୟା। ଆଜି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା କାକିନାଡା ପାଖାପାଖି ମଛଲିପଟନମ ଏବଂ କଳିଙ୍ଗପଟନମ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ୯୦ରୁ ଶହେ କିଲୋମିଟର ବେଗରେ ପବନ ଓ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ହେବା ସମ୍ଭାବନା ରହିଛି। ଘଣ୍ଟାପ୍ରତି ୧୨ କିଲୋମିଟର ରହିଛି ବାତ୍ୟାର ବେଗ ।

ମଛଲିପଟ୍ଟନମ ଠାରୁ ୧୬୦କିମି, କାକିନାଡାଠାରୁ ୨୪୦, ଗୋପାଳପୁର ଠାରୁ ୫୩୦ କିଲୋମିଟର ଦକ୍ଷିଣରେ ରହିଛି ସାମୁଦ୍ରିକ ଝଡ଼ । ଗତକାଲି ଠାରୁ ବର୍ଷା ଆରମ୍ଭ ହୋଇଥିବା ବେଳେ ଏହାର ପରିମାଣ ଆହୁରି ବଢ଼ିବ । ବିଶେଷ କରି ଗଜପତି, ରାୟଗଡ଼ା, କୋରାପୁଟ ,କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ରହିବ ସର୍ବାଧିକ ପବନର ପ୍ରଭାବ । ସେଥିପାଇଁ ଏହି ସବୁ ଜିଲ୍ଲା କୁ ରେଡ ଆଲର୍ଟ ଜାରି କରିଛି ବିଭାଗ । ଗଞ୍ଜାମ କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦେଇଛି ବିଭାଗ । ଏଠାରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କିଲୋମିଟର ହେବାକୁ ଥିବା ବେଳେ ୮୦ କିମି ପ୍ରତି ଘଣ୍ଟାରେ ରହିବ ଝଟକା ପବନ । ପ୍ରାୟ ତିନିରୁ ଚାରି ଘଣ୍ଟା ରହିବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆଜି ରାତିରୁ ସକାଳ ପର୍ଯ୍ୟନ୍ତ ଭୀଷଣ ବାତ୍ୟା ମୋନ୍ଥାର ବଡ ପ୍ରଭାବ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଜିଲ୍ଲା ମାନଙ୍କରେ ପଡିବ। ସେହିପରି କାଲି ପାଇଁ ସାରା ଓଡ଼ିଶାରେ ବର୍ଷା ସହ ଅତ୍ୟନ୍ତ ବର୍ଷା ସମ୍ଭାବନା କୁ ନେଇ ମାଲକାନଗିରି କୋରାପୁଟ, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର ଓ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଅରେଞ୍ଜ ସହ ୧୯ ଜିଲ୍ଲାକୁ ପ୍ରବଳ ଵର୍ଷା ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ କେନ୍ଦ୍ର । ୩୦ ପରେ ବଦଳିବ ପାଗ ।

ସେପଟେ ସାରା ରାଜ୍ୟରେ ଆଜି ଠାରୁ ବର୍ଷା ସହିତ କିଛି କିଛି ସ୍ଥାନ ମାନଙ୍କରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ସମ୍ଭାବନା ରହିଛି । ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର କୂଳକୁ ଯିବାକୁ ମନା କରାଯାଇଛି । ବନ୍ଦର ଗୁଡିକ ପାଇଁ ରହିଛି ୨ ନମ୍ବର ବିପଦ ସଂକେତ । ବିଶେଷ ଭାବେ ମାଲକାନଗିରି, ଗଜପତି ଗଂଜାମ, କୋରାପୁଟ କଳାହାଣ୍ଡି ଓ ନବରଙ୍ଗପୁର ଏହି ୬ ଜିଜିଲ୍ଲା ବାତ୍ୟାର ଅଧିକ ପ୍ରଭାବିତ ହେବାକୁ ଥିବା ବେଳେ, ଭୁସ୍ଖଳନ ସହ କଚ୍ଚା ଘର ଭାଙ୍ଗିବା ,ଗଛ ପଡିବା ଓ କୁତ୍ରିମ ବନ୍ୟା ସ୍ଥିତି ଭୟ ରହିଥିବାରୁ ତଳୁଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ।

Latest Posts

Don't Miss