spot_img

Latest Posts

ଗୋଆର ଏକ ନାଇଟ୍ କ୍ଲବରେ ଭୟଙ୍କର ବିସ୍ଫୋରଣ, ୨୫ ଜଣଙ୍କ ମୃତ୍ୟୁ

ନନ୍ଦିଘୋଷ ବ୍ୟୁରୋ: ଗୋଆର ଏକ ନାଇଟ୍ କ୍ଲବରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୫୦ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଅଧିକ କ୍ଲବ କର୍ମଚାରୀ ରହିଥିବା ବେଳେ, ୩ ମହିଳା ଓ ୪ ବିଦେଶୀ ପର୍ଯ୍ୟଟକ ଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଆର ପୋରାର ନାଇଟ କ୍ଲବରେ ଭୟଙ୍କର ବିସ୍ଫୋରଣ ଘଟିଥିଲା। ସିଲିଣ୍ଡର ବ୍ଲାଷ୍ଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ଜୋରଦାର କରିଥିଲା। ଏଭଳି ଘଟଣା ଜଣାପଡ଼ିବା ପରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ଏହାସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ, ଆହତଙ୍କ ପରିବାକୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରାଯାଇଛି । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତିି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

Latest Posts

Don't Miss