ନନ୍ଦିଘୋଷ ବ୍ୟୁରୋ : ହାଇକୋର୍ଟରେ ବୈଧ ପ୍ରଦୂଷଣ ପ୍ରମାଣପତ୍ର ବା PUCC ସମ୍ପର୍କିତ ଜନସ୍ୱାର୍ଥ ମାମଲା। ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । ବାହାନ ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାରେ ସମ୍ମୁଖୀନ ନ ହୁଅନ୍ତି, ତାହା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସ୍ୱତନ୍ତ୍ର ବିଜ୍ଞପ୍ତି ଜାରି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ପେଟ୍ରୋଲ ପମ୍ପରେ ମିଳି ପାରିବ ପେଟ୍ରୋଲ। ଏନେଇ କୋର୍ଟଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ୨୦୨୫ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖଥିଲା ଯେ, ଗାଡି ମାଲିକଙ୍କ PUCC ନଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା । ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଏହି ନିର୍ଦ୍ଧେଶକୁ ଚ୍ୟାଲେଞ୍ଜ କରି ରୁଜୁ ହୋଇଥିଲା ଜନସ୍ୱାର୍ଥ ମମାଲା । ମୋଟର ଯାନ ଆଇନ, ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, ୧୯୮୯ ଉଲଂଘନ କରି ଏହି ନିର୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ୱାର୍ଥ ମାମଲାରେ ଉଲେଖ କରାଯାଇଥିଲା। ଗାଡିର PUCC ପ୍ରମାଣପତ୍ର ନଥିବା ଯାନ ମାଲିକଙ୍କୁ ପେଟ୍ରୋଲ କିମ୍ବା ଡିଜେଲ ବିକ୍ରୟ ନକରିବା ନିୟମ ସମ୍ପୂର୍ଣ୍ଣ ରୂପେ ଓଡ଼ିଶାର ପ୍ରତ୍ୟେକ ଗାଡି ମାଲିକଙ୍କର ମୌଳିକ ଅଧିକାରକୁ ଉଲ୍ଲଂଘନ କରୁଥିବା କୋର୍ଟ କୁ ଦର୍ଶାଇଥିଲେ ଆବଦେନକାରୀଙ୍କ ଓକିଲ। ଏଥିସହିତ ଗାଡିର ପ୍ରଦୂଷଣ ପରୀକ୍ଷା ପୂର୍ବରୁ କୌଣସି ଚାଲାଣ ନଥିବା ନେଇ ଯେଉଁ ସର୍ତ୍ତ ଧାର୍ଯ୍ୟ କରାଯାଇଥିଲା ତାହା ବେଆଇନ ବୋଲି ଆବେଦନକାରୀ ଦର୍ଶାଇଥିଲେ । ଗୋଟିଏ ସପ୍ତାହ ପାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧର୍ଯ୍ୟ କରିଛନ୍ତି ହାଇକୋର୍ଟ ।

