ନନ୍ଦିଘୋଷ ବ୍ୟୁରୋ : କୂଅରେ ପଡି ହାତୀଛୁଆ ମୃତ । କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ କାଠବାଉଁଶୁଳି ଗାଁର ମୋହନ ଚରଣ ମହାନ୍ତଙ୍କ କୂଅରେ ଖସିପଡି ଏକ ହାତୀଛୁଆର ମୃତ୍ୟୁ ଘଟିଛି । ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ ଯାଉଥିବା ସମୟରେ କୂଅରେ ଖସିପିଡ଼ିଥିଲା ହାତୀଛୁଆ । ମୃତ ହାତୀଛୁଆକୁ ଉଦ୍ଧାର କଲା ବନ ବିଭାଗ । ଗତକାଲି ରାତି ୩ଟା ସମୟରେ ଏକ ୧୦ଟିକିଆ ହାତୀପଲ କାଠବାଉଁଶୁଳି ନିକଟରେ ରାସ୍ତା ପାର୍ ହେଉଥିବା ସମୟରେ ନିକଟରେ ଏକ କୂଅ ଭିତରେ ଏହି ୧ ବର୍ଷ ବୟସର ଛୁଆ ହାତୀଟି ପଡ଼ି ଯାଇଥିଲା । ହାତୀପଲ ଛୁଆକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଥିବା ବେଳେ, ଉପରୁ ପଥର ଖସି ଛୁଆ ହାତୀ ମୁଣ୍ଡରେ ବାଜିଥିଲା । ଫଳରେ ଛୁଅହାତୀର ମୃତ୍ୟୁ ଘଟିଥିଲା । ପରେ ବନ ବିଭାଗ, ହାତୀ ଛୁଆ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପଦ୍ମପୁର ନର୍ସରୀରେ ପୋତି ଦିଆଯିବ ବୋଲି ସୂଚନା ଦେଇଛନ୍ତି ।

