ତାତିରେ ଲାଗିଲା ବ୍ରେକ । ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ମେ ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୮ ଜିଲ୍ଲାକୁ ୟେଲୋ ୱର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଘଡଘଡି ବିଜୁଳି ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।ଏନେଇ ମେ ୫ ତାରିଖ ଯାଏ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଓ ଅଭୟନ୍ତରୀଣ ଓଡିଶା ର ୧୨ଜିଲ୍ଲାରେ ହିଟ ୱେଭ ରହିବ l

