spot_img

Latest Posts

ଆସନ୍ତା ୯ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ…

ରାଜ୍ୟରେ ଆସନ୍ତା ୯ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବାବେଳେ ପବନର ବେଗ ୪୦ ରୁ ୫୦ କିଲୋମିଟର ଯାଏଁ ରହିପାରେ। ଆସନ୍ତା ୨୪ ଘଣ୍ଟା ପାଇଁ ୨୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ,ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି,କଳାହାଣ୍ଡି,କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପବନ ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଲୋକମାନଙ୍କୁ ସତର୍କ ରହିବାକୁ ଓ ବର୍ଷା ସମୟରେ ସୁରକ୍ଷିତ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Latest Posts

Don't Miss