spot_img

Latest Posts

ଘରେ ପଶି ମହିଳାଙ୍କୁ ବୀଭତ୍ସ ହତ୍ୟା, ଲୁଟ୍ ଉଦ୍ଦେଶ୍ୟରେ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଉପରବସ୍ତ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତ ମହିଳାଙ୍କ ନାମ ଶାନ୍ତିଲତା ପ୍ରଧାନ ବୋଲି ଜଣାପଡ଼ିଛି।

ତେବେ ଆଜି ସକାଳେ ଘର ଭିତରୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଶାନ୍ତିଲତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଜଟଣୀ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ଶାନ୍ତିଲତାଙ୍କ ପୁଅ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ଥିବାରୁ ସେ ଘରେ ଏକାକୀ ରହୁଥିଲେ। ଏହି ସୁଯୋଗର ଫାଇଦା ଉଠାଇ ଗତ ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଘରେ ପଶି ଏହି ହତ୍ୟାକାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି।

ତେବେ ପ୍ରାଥମିକ ତଦନ୍ତରୁ ମହିଳାଙ୍କ କାନରୁ ଅଳଙ୍କାର ଛିଣ୍ଡାଯାଇଥିବା ଦେଖିବାକୁ ମିଳିଛି। ତେଣୁ ଲୁଟ୍‌ ଉଦ୍ଦେଶ୍ୟରେ ହିଁ ଦୁର୍ବୃତ୍ତମାନେ ଏହି ହତ୍ୟାକାଣ୍ଡ ଘଟାଇଥାଇପାରନ୍ତି ବୋଲି ଆଶଙ୍କା କରାଯାଉଛି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଭିନ୍ନ ଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ରିପୋର୍ଟ ଏବଂ ଅଧିକ ତଦନ୍ତ ପରେ ହିଁ ଘଟଣାର ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ।

Latest Posts

Don't Miss