କରୋନା ମହାମାରୀ ଲାଗି ପାଳିତ ହେବନି ଜନ୍ମ ଦିବସ
1 min readଭୁବନେଶ୍ୱର: ୮୪ ବର୍ଷ ଅତିକ୍ରମ କରି ସେଦିନର ଉତ୍କଳ ଓ ଏବେକାର ଓଡ଼ିଶା ୮୫ ବର୍ଷରେ ପଦାର୍ପଣ କରିଛି । ଏଥିର ସରକାରୀ କିମ୍ବା ବେସରକାରୀ ସ୍ତରରେ ପାଳନ ହେବ ନାହିଁ ଉତ୍କଳ ଦିବସ । କରୋନ କଟକଣା ଯୋଗୁଁ ଏମିତି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର ।
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020
ଲକଡାଉନ ସମୟରେ ଜୟନ୍ତୀ, ଶ୍ରାଦ୍ଧ ଦିବସ ପାଳନ ଦେବନାହିଁ ବୋଲି ରାଜ୍ୟ ସରକାର ପୂର୍ବରୁ ନିଷ୍ପତ୍ତି ନେଇଥିଲେ । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନ ହେବା ପରେ ପ୍ରଥମ ଥର ପାଇଁ ଉତ୍କଳ ଦିବସ ପାଳନ ହେଉନାହିଁ । । ଏପ୍ରିଲ ୧, ୧୯୩୬ ମସିହାରେ ଓଡିଶା ସ୍ୱତନ୍ତ୍ର ରାଜ୍ୟରେ ପରିଣତ ହୋଇଥିଲା । ସ୍ୱତନ୍ତ୍ର ପ୍ରଦେଶ ଗଠନର ପୁରୋଧାଙ୍କୁ ମନେ ପକେଇବା ଲାଗି ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ ହୋଇ ଆସୁଅଛି ।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମଧ୍ୟ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାକୁ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବାକୁ ଆହ୍ଵାନ ଦେଇଛନ୍ତି।
ପବିତ୍ର ଓଡିଶା ଦିବସ ଉପଲକ୍ଷେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି। #UtkalaDibasa pic.twitter.com/8JXgXQppQa
— Governor Odisha (@GovernorOdisha) April 1, 2020
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ମହାପୁରୁଷମାନଙ୍କୁ ମନେ ପକାଇଛନ୍ତି ନବୀନ । କେନ୍ଦମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଟ୍ୱିଟ୍ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ।
https://www.facebook.com/nandighoshatv/videos/220434722371814/