ସୁବାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ
1 min readଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜ ଟ୍ୱିଟ୍ ଜରିଆରେ ଶୋକ ପ୍ରକାଶ କରିବା ସହ ଦୁଃଖିତ ବୋଲି କହିଛନ୍ତି । ସେ ଆହୁରି କହିଛନ୍ତି ଓଡ଼ିଶାବାସୀଙ୍କ ପାଇଁ ଶ୍ରୀ ଚୌହାନଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 10, 2020
ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିଜ ଟ୍ୱିଟ୍ ଜରିଆରେ ସୁବାସଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ତାଙ୍କ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏହା ସହ ସୁବାସଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।
ଶ୍ରୀଯୁକ୍ତ ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ମୋ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି । ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (मोदी का परिवार) (@dpradhanbjp) May 10, 2020
ସେହିଭଳି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଧ୍ୟ ଶୋକପ୍ରକାଶ କରିଛନ୍ତି । ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯ଼ୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମୁନ୍ନା ଖାଁ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।