ରାଜ୍ୟରେ ୨୪୫ ନୂଆ କରୋନା ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…
1 min readରାଜ୍ୟରେ ୨୪୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ୨୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି । ଏହି ୨୪୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ ଛୁଇଁଛି ।
୨୪୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ଦୁଇ ଜଣ, ବରଗଡ଼ରୁ ୧୦, ଭଦ୍ରକରୁ ୨, କଟକରୁ ୭, ଢ଼େଙ୍କାନାଳରୁ ୩, ଗଜପତିରୁ ୭, ଗଞ୍ଜାମରୁ ୯୬, ଜଗତସିଂହପୁରରୁ ୯, ଯାଜପୁରରୁ ୪୦, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୨୮, ମୟୁରଭଞ୍ଜରୁ ୫, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୩, ରାୟଗଡ଼ାରୁ ୧, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
COVID-19 REPORT FOR 28th JUNE
New positive Cases: 245
In quarantine: 214
Local contacts: 31(Details of local contacts will be shared by concerned District Administration)
District Wise Cases
1. Balasore: 2
2. Bargarh: 10
3. Bhadrak: 2
4. Cuttack: 7
5. Dhenkanal: 3— I & PR Department, Odisha (@IPR_Odisha) June 29, 2020
ସେହିଭଳି ଏନ୍ଡିଆରଏଫ୍ ଓ ଓଡ୍ରାଫ୍ ଯବାନଙ୍କ ମଧ୍ୟରୁ ଦୁଇ ଜଣ କରୋନା ସଂକ୍ରମିତ ହୋଇଥିବା ମଧ୍ୟ ସୂଚନା ରହିଛି । ଏହି ଯବାନମାନେ ଅମ୍ଫାନ୍ ସମୟରେ ପଶ୍ଚିମବଙ୍ଗ ଯାଇଥିଲେ ଏବଂ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Gajapati: 7
7. Ganjam: 96
8. Jagatsinghpur: 9
9. Jajpur: 40
10. Jharsuguda: 1
11. Kendrapada: 8
12. Keonjhar: 7
13. Khordha: 28
14. Mayurbhanj: 5
15. Nawarangpur: 7
16. Nayagarh: 3
17. Rayagada: 1
18. Sonepur: 1
19. Sundaragarh: 6— I & PR Department, Odisha (@IPR_Odisha) June 29, 2020
ତେବେ ରାଜ୍ୟରେ ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ ଛୁଇଁଥିବା ବେଳେ ୨୦୮୬ଟି ମାମଲା ସକ୍ରିୟ ରହିଛି । ସେହିଭଳି ୪୭୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।