୧୨ ଘଣ୍ଟା ଗଭୀର ଅବପାତର ରୂପ ନେବ ଲଘୁଚାପ ! ଏହିସବୁ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି
1 min readଭୁବନେଶ୍ୱର: ଅବପାତର ରୂପ ନେଲା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଲଘୁଚାପ । ୧୨ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେବ ସୃଷ୍ଟ ଲଘୁଚାପ । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତିକରୁଛି ଅବପାତ । ଆନ୍ଧ୍ର ପ୍ରଦେଶର ନର୍ସାପୁର ଓ ବିଶାଖାପାଟଣା ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାରେ ଆସନ୍ତକାଲି ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।
ଏନେଇ ୟେଲୋ ଓ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜିଲ୍ଲାର ଜିଲ୍ଲାପାଳଙ୍କୁ କରାଯାଇଛି ସତର୍କ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ସୃଷ୍ଟି ହୋଇପାରେ । ଓଡ଼ିଶାର ଦକ୍ଷିଣ ଉପକୂଳ ଅଞ୍ଚଳରେ ଘଣ୍ଟାକୁ ସର୍ବାଧିକ ୭୦ କିମି ବେଗରେ ପବନ ବହିପାରେ । ଏନେଇ ସତର୍କ ରହିବାକୁ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆର୍ସି ।
ତେବେ ଯେକୌଣସି ସ୍ଥିତିର ମୁକାବିଲା ପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ କରିବାକୁ ଏସ୍ଆର୍ସି ପରାମର୍ଶ ଦେଇଛନ୍ତି । ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କନ୍ଧମାଳ, ନୂଆପଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଭଦ୍ରକ ଜିଲ୍ଲାରେ ୟଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।