spot_img

Latest Posts

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଛୁଟିଛି ଶୁଭେଚ୍ଛାର ସୁଅ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି ଏବଂଖୋଦ ଟେଲଫୋନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ନବୀନଙ୍କ ଦୀର୍ଘାୟୁ କାମନା କରିଛନ୍ତି ମୋଦି ।

ଏହାସହ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

କିନ୍ତୁ ଆଜି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ। ଗତ ଆଠ ମାସ ହେଲା କୋଭିଡ୍‌ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି। ତେଣୁ ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜ୍‌ମା ଦାନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି  ।

Latest Posts

Don't Miss