spot_img

Latest Posts

ତାମିଲନାଡୁ ଓ ପୁଡୁଚେରୀ ମୁହାଁ ହେଉଛି ସାମୁଦ୍ରିକ ଝଡ଼ ନିଭାର, ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେବ

ଭୁବନେଶ୍ୱର: ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଓ୍ୱେଲମାର୍କ ଲୋ ପ୍ରେସର । ଗତକାଲି ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ ବଳୟଟି ଆଜି ଘନୀଭୂତ ହୋଇ ଅବପାତର ରୂପ ନେଇଛି ବୋଲି କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି ।

ଆଜି ସକାଳ ୮ଟା ସୁଦ୍ଧା ଅବପାତ ପୁଡୁଚେରିଠାରୁ ୫୫୦ କିମି ଓ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୫୯୦ କିମି ଦୂରତାରେ ରହିଥିଲା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ ‘ନିଭାର୍‌’ । ଓଡିଶା ଉପରେ କୌଣସି ପ୍ରଭାବ ରହିବନାହିଁ ।

ପରେ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରି ୨୫ ତାରିଖ ଅପରାହ୍‌ଣ ସୁଦ୍ଧା କରାଇକାଲ୍‌ ଓ ମାଲ୍ଲାପୁରମ୍‌ ମଧ୍ୟ ଦେଇ ‘ଭୀଷଣ ବାତ୍ୟା’ ରୂପରେ ତାମିଲନାଡ଼ୁ ଓ ପୁଡୁଚେରି ଉପକୂଳ ଦେଇ ଅତିକ୍ରମ କରିବ।  ତାମିଲନାଡୁ ଏବଂ ପୁଡୁଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଜିଲ୍ଲା ଗୁଡିକରେ ବର୍ଷା ହେବ ।

ଆସନ୍ତାକାଲି କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବ । ୨୬ ତାରିଖରେ ମଧ୍ୟ କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେପଟେ ଆଭ୍ୟନ୍ତରୀଣ ଓଡିଶାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସ୍ବଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ସହ ଘନ କୁହୁଡି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆର୍ଲଟ ଜାରି କରାଯାଇଛି ।

Latest Posts

Don't Miss