ସୌମ୍ୟରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା ମାମଲା, ସୋନାଲି ନନ୍ଦ ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ

1 min read

ଭୁବନେଶ୍ୱର: ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା ଘଟଣା । ପ୍ରେମିକା ସୋନାଲି ନନ୍ଦ ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ କଲା ଇନଫୋସିଟି ପୋଲିସ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ମାମଲା ରୁଜୁ କଲା ପୋଲିସ । ସୋନାଲି ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ ପାଇଁ ଭୁବନେଶ୍ବର ଡିସିପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଗତ ଜାନୁୟାରୀ ୩୦ ତାରିଖରେ ସୌମ୍ୟରଞ୍ଜନ ଆତ୍ମହତ୍ୟା କରିଥିଲେ । ତାଙ୍କ ସୁଇସାଇଡ ନୋଟରେ ସେ ମୃତ୍ୟୁ ପାଇଁ ସୋନାଲି ନନ୍ଦଙ୍କୁ ଦାୟୀ କରିଥିଲେ । ସୌମ୍ୟଙ୍କ ଭଉଣୀ ଏନେଇ ଥାନାରେ ଅଭିଯୋଗ କରିଥିଲେ । କିନ୍ତୁ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା । ଯାହା ଫଳରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ ପରିବାର ଲୋକ । ହାଇକୋର୍ଟ ଭୁବନେଶ୍ୱର ଡିସିପିଙ୍କୁ ଏନେଇ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଘଟଣାର ଅଢ଼େଇ ମାସ ପରେ ପୋଲିସ ମାମଲା ରୁଜୁ କରିଛି ।

https://www.youtube.com/watch?v=mD2CQ_-6OhQ