ଲଘୁଚାପ ବର୍ଷାରେ ଭିଜିପାରେ ଦଶହରା

1 min read
A Low Pressure Area Is Very Likely To Form Over North Andaman Sea

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । କ୍ରମେ ଏହା ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୪ ଓ ୧୫ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ । ଏହାର ରୂପରେଖ ପରବର୍ତ୍ତୀ ପର୍ଯ୍ୟାୟରେ ସ୍ପଷ୍ଟ ହେବ ।

ଅନ୍ୟପଟେ ଆଜିଠାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ରାଜସ୍ଥାନ ଓ ସଂଲଗ୍ନ ଗୁଜରାଟରୁ ଦକ୍ଷିଣପଶ୍ଚିମ ମୌସୁମୀବାୟୁ ବିଦାୟ ନେଇଛି । ଏହାସହ ପଶ୍ଚିମବଙ୍ଗ ଓ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ।

ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ଘଡ଼ଘଡ଼ି ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାକୁ ଆଲର୍ଟ ଦିଆଯାଇଛି । ସେହିଭଳି ୮ ତାରିଖରୁ ୯ ତାରିଖ ସକାଳ ଯାଏଁ ବର୍ଷା ଘଡ଼ଘଡ଼ି ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

Leave a Reply