ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ, ୨୦ ଆହତ

ଜଳେଶ୍ୱର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । କଲିକତାରୁ ରାଜକନିକା ଭାୟା ଚାନ୍ଦବାଲି ଦେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭୋର ପ୍ରାୟ ୪ଟା ବେଳେ ହଲଦିପଡ଼ା ବାଇପାସ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବସ୍ । ଗାଡ଼ିରେ ପ୍ରାୟ ୫୦ଜଣ ଯାତ୍ରୀ ଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ବସ୍‌ ଚାଳକ ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଘଟଣା ସ୍ଥଳରେ ବସ୍ତା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।