ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦରେ ଖୋଲିଲା ମୋଟ ୨୪ଟି ଗେଟ

ସମ୍ବଲପୁର: ଉପରେ ମୁଣ୍ଡରେ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଗତକାଲି ମୋଟ ୧୮ଟି ଗେଟ ଖୋଲାଯାଇଥିବା ବେଳେ ଆଜିକୁ ମୋଟ ୨୪ ଗେଟ୍‌ ଖୋଲାଯାଇଛି। ମୋଟ ୨୪ ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାର୍ଶ୍ୱର ୧୬ ଟି ଗେଟ ଖୋଲାଯାଇଥିବା ବେଳେ ଡାହାଣ ପାର୍ଶ୍ୱର ୮ଟି ଗେଟ ଖୋଲାଯାଇଛି ହେଉଛି ଜଳ ନିଷ୍କାସନ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୪ ଲକ୍ଷ ୩୫ ହଜାର ୭୯୪ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ୪ ଲକ୍ଷ ୨୩ ହଜାର ୮୯ ଘନଫୁଟ ଜଳ ନିଷ୍କାସିତ ହେଉଛି। ହୀରାକୁଦର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ, ବର୍ତ୍ତମାନ ନଦୀବନ୍ଧର ଜଳସ୍ତର  ୬୨୮.୩୯ ଫୁଟରେ ପହଞ୍ଚିଛି ଜଳସ୍ତର। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ମୁଣ୍ଡରେ ୪୨.୮୧ ମିଲିମିଟର୍‌ ଓ ତଳ ମୁଣ୍ଡରେ ୧୦.୮୭ ମିଲିମିଟର୍‌ ବର୍ଷା ହୋଇଥିବା ହୀରାକୁଦ ବନ୍ଧ ନିୟନ୍ତ୍ରଣ କକ୍ଷ ସୂତ୍ରରୁ ପ୍ରକାଶ।

ହୀରାକୁଦ ଡ୍ୟାମ୍ ଜଳସ୍ତର ୬୨୮.୨୩ ଫୁଟ ରହିଛି। ଡ୍ୟାମ୍ ଜଳସ୍ତର ୬୨୮ ଫୁଟ ମଧ୍ୟରେ ରଖିବାକୁ ସ୍ଥିର ହୋଇଥିବାରୁ ଅଧିକ ଗେଟ୍‌ ଖୋଲାଯାଉଛି। ଆଜି ସକାଳେ ମୁଣ୍ଡଳିରେ ୬.୪ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ଅଧିକ ଗେଟ୍ ଖୋଲିଲେ ବି ମୁଣ୍ଡଳିରେ ୭ ଲକ୍ଷ କ୍ୟୁସେକ୍‌ ପାଣି ପାସ୍ କରିବ। ତେଣୁ ମହାନଦୀରେ ଏକ ଛୋଟ ବା ମଧ୍ୟମ ଧରଣର ବନ୍ୟା ଆସିବାର ଆଶଙ୍କା ରହିଛି।

ଏସ୍‌ଆର୍‌ସିଙ୍କ ସୂଚନା ଅନୁଯାୟୀ ଲଗାଣ ବର୍ଷା ପରେ ଆଖୁଆପଦା ଠାରେ ବୈତରଣୀ ବିପଦ ସଙ୍କେତ ଉପରେ ଥିଲେ ବି ଜଳ ପତନ ହ୍ରାସ ପାଇବା ଆରମ୍ଭ କରିଛି। ବ୍ରାହ୍ମଣୀ ବିପଦ ସଙ୍କେତ ତଳେ ରହିଛି। କିନ୍ତୁ ଏଠାରେ ୩ଟି ଛୋଟ ଘାଇ ହୋଇଛି। ଜଳକା ବିପଦ ସଙ୍କେତ ଉପରେ ଥିଲେ ବି ବନ୍ୟା ପରିସ୍ଥିତି ନାହିଁ। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି।

Leave a Reply