ଝାରପଡ଼ା ଜେଲ୍ର ଟଏଲେଟ ଭିତରରେ ଏଟି ଚିଟ୍ଫଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଅର୍ଥତତ୍ୱ ଚିଟ୍ଫଣ୍ଡ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ ।
ଝାରପଡ଼ା ଜେଲ୍ରେ ପ୍ରଦୀପ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଟଏଲେଟ୍ରେ ଇନଭର୍ଟର ତାରରେ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
ଟଏଲେଟ୍ କବାଟ ଭାଙ୍ଗି ତାଙ୍କୁ ଗୁରୁତର ଅବସ୍ଥାରେ ଜେଲ୍ କର୍ତ୍ତୃପକ୍ଷ ଉଦ୍ଧାର କରିଛନ୍ତି । ଉଦ୍ଧାର ପରେ ପ୍ରଦୀପଙ୍କୁ କଟକ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।